ଆଜି ‘ସ୍ମାର୍ଟ ସ୍କୁଲ୍‌’ର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଆଜି ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡରେ ‘ସ୍ମାର୍ଟ ସ୍କୁଲ୍‌’ର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ବିଦ୍ୟାଳୟର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । 5-T ପଦ୍ଧତିରେ ପରିଚାଳିତ ଉଚ୍ଚବିଦ୍ୟାଳୟ ରୁପାନ୍ତରଣ କାର୍ଯ୍ୟକ୍ରମରେ ହିଞ୍ଜିଳି ଓ ଶେରଗଡ଼ ବ୍ଳକର ପ୍ରାୟ ୫୦ଟି ଉଚ୍ଚ ବିଦ୍ୟାଳୟ ସ୍ଥାନ ପାଇଛି । ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନା ଏବେ ବାସ୍ତବ ରୂପ ନେଇଛି ।

ତେବେ ସାରା ରାଜ୍ୟରେ ୧ ହଜାର ୭୨ଟି ସ୍କୁଲକୁ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଯୋଜନାରେ ସାମିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହିସବୁ ସ୍କୁଲଗୁଡିକରେ ପିଲାଙ୍କ ପାଇଁ କମ୍ପ୍ୟୁଟର୍ ବ୍ୟବସ୍ଥା ସହିତ ଉନ୍ନତ ଲାବୋରେଟୋରୀ, ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ରହିଛି । ସ୍ମାର୍ଟ କ୍ଲାସରୁମ୍ ପାଇଁ ସ୍କୁଲ କ୍ୟାମ୍ପସ ଆଧୁନିକିକରଣ ହୋଇଥିବା ବେଳେ ଡିଜିଟାଲ ହେଉଛି କ୍ଲାସ ରୁମ ଓ ଲାଇବ୍ରେରୀ । ସେହିଭଳି ଆକର୍ଷଣୀୟ ଖେଳ ପଡିଆ ମଧ୍ୟ ତିଆରି କରାଯାଉଛି ।

Leave A Reply

Your email address will not be published.