ଭାରତରେ 33 ହଜାର ଅତିକ୍ରମ କଲା କରୋନା ଜନିତ ଆକ୍ରାନ୍ତଙ୍କ ସଂଖ୍ୟା

0

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 33 ହଜାର ଅତିକ୍ରମ କରିଛି l କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ମୁତାବକ ଆଜି ସକାଳ ସୁଦ୍ଧା ଦେଶରେ କରୋନା ଜନିତ ଆକ୍ରାନ୍ତଙ୍କ ସଂଖ୍ୟା 33 ହଜାର ବୃଦ୍ଧି ପାଇ 33050 ରେ ପହଁଞ୍ଚିଛି l ସେଥିମଧ୍ୟରୁ 8324 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ 1074 ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି l ସେପଟେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ମୁତାବକ ଦେଶର ମହାରାଷ୍ଟ୍ର ରାଜ୍ୟରେ କରୋନା ଜନିତ କ୍ଷୟକ୍ଷତି ସର୍ବାଧିକ ରହିଛି l ମହାରାଷ୍ଟ୍ର ରାଜ୍ୟରେ କରୋନା ଜନିତ ଆକ୍ରାନ୍ତଙ୍କ ସଂଖ୍ୟା 9915 ରେ ପହଁଞ୍ଚିଛି l ସେଥିମଧ୍ୟରୁ 1593 ଲୋକ ସୁସ୍ଥ ହୋଇଥିବା ବେଳେ 432 ଜଣ ଆକ୍ରାନ୍ତ ମୁତ୍ୟୁ ବରଣ କରିଛନ୍ତି l ଏହା ବ୍ୟତୀତ ଭାରତର ବିଭିନ୍ନ ରାଜ୍ୟ ମାନଙ୍କରେ ମହାମାରୀ କରୋନା ଭାଇରସ୍ ଦ୍ଵାରା ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି l

Leave A Reply

Your email address will not be published.