ଭୁବନେଶ୍ୱରରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

0

୧୬.੦୩.୨੦୨੦ (ଓଡ଼ିଆ ନ୍ୟୁଜ ବ୍ୟୁରୋ ):  ଓଡିଶାରେ ପ୍ରଥମ କରୋନା ଆକ୍ରାନ୍ତ ସାମ୍ନାକୁ ଆସିଛନ୍ତି l ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲ୍ ରେ କରୋନା ଆକ୍ରାନ୍ତ ଯୁବକ ଜଣଙ୍କ ଚିକିତ୍ସିତ ହେଉଛନ୍ତି l ଯୁବକ ଜଣଙ୍କ ୬ ତାରିଖରେ ଇଟାଲିରୁ ଦିଲ୍ଲୀ ଫେରିଥିଲେ। ଏହା ପରେ ୧୨ ତାରିଖରେ ଟ୍ରେନ୍ ରେ ଭୁବନେଶ୍ୱର ଆସିଥିଲେ। ୧୩ ତାରିଖରୁ ଥଣ୍ଡା ଓ ଜ୍ୱର ନ ଛାଡ଼ିବାରୁ ସେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆସିଥିଲେ l ତାଙ୍କ ଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ନିରୀକ୍ଷଣରେ ରଖାଯାଇଛି। ଏପରିକି ସଂପୃକ୍ତ ଯୁବକ ଆସିଥିବା ଟ୍ରେନ୍‌ର ଯାତ୍ରୀଙ୍କୁ ମଧ୍ୟ ଖୋଜାଯିବ ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଭୁବନେଶ୍ୱର ବୋଲି ଜଣାପଡିଛି l ଆର୍‌ଏମ୍‌ଆର୍‌ସିରେ ପରୀକ୍ଷା ପରେ ଏହା ଜଣାପଡ଼ିଥିବା ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.