୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର !

0

କାଲିର ଘୂର୍ଣ୍ଣିବଳୟ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ପଶ୍ଚିମଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ୪୮ ଘଣ୍ଟାରେ ଉପକୂଳରେ ପହଞ୍ଚିପାରେ ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୫ତାରିଖରୁ ୨୭ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏହି ସବୁଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.