ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ନବୀନ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।  ସୂଚନା ଅନୁସାରେ ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଦିନ ୧୦ଟା ୧୦ରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବେ । ସେଠାରୁ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ କନିଷି ପଞ୍ଚାୟତରେ ପହଞ୍ଚି  ଆୟୋଜିତ ପ୍ରଚାର ସଭାରେ ସାମିଲ ହେବେ ।

ସମାବେଶକୁ ସମ୍ବୋଧିତ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ନବୀନ। ପରେ ସେ ୧୧ଟା ୪୫ରେ ଆସିକାରେ ପହଞ୍ଚିବେ। ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବା ପରେ ଫୁଲବାଣୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। କନ୍ଧମାଳ ଷ୍ଟାଡିୟମରେ ପ୍ରଚାର ସଭା କରିବା ସହ ଗୁଡାରୀରେ ମଧ୍ୟ ପ୍ରଚାର କରିବା କାର୍ଯ୍ୟସୂଚୀ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ।

ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ।  ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ମୋଦିଙ୍କ ଗସ୍ତକୁ ନେଇ ବିଜେପି ମହଲରେ ଉତ୍ସାହର ଲହରି ଖେଳିଯାଇଛି।

Leave A Reply

Your email address will not be published.