ପରଲୋକରେ ତାମିଲନାଡୁର ଏମଡିଏମକେ ସାଂସଦ ଏ ଗଣେଶାମୂର୍ତ୍ତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ପରଲୋକରେ ତାମିଲନାଡୁର ଏମଡିଏମକେ ସାଂସଦ ଏ ଗଣେଶାମୂର୍ତ୍ତି | ଟିକେଟ ନମିଳିବାରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ତାମିଲନାଡୁର ଏମଡିଏମକେ ସାଂସଦ ଏ ଗଣେଶାମୂର୍ତ୍ତି ତାଙ୍କର ଆଜି ପରଲୋକ ହୋଇଛି | ଆଜି ଭୋର ପ୍ରାୟ ୫ଟା ବେଳେ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ସୂଚନା ଅନୁସାରେ,  ଗତ ରବିବାର ଏ ଗଣେଶମୂର୍ତ୍ତି କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଇରୋଡର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କୋଏମ୍ବାଟୁର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ତାଙ୍କ ଅବସ୍ଥାରେ କୌଣସି ସୁଧାର ଆସି ନଥିଲା। ଆଉ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। 2019 ଲୋକସଭା ନିର୍ବାଚନରେ ସେ ଡିଏମକେ ଟିକେଟରେ ଏହି ଆସନରୁ ବାଜି ମାରିଥିଲେ । ଚଳିତ ବର୍ଷ ଲୋକସଭା ନିର୍ବାଚନ ଲଢିବାକୁ ଦଳ ତାଙ୍କୁ ଟିକେଟ ଦେଇନଥିଲା । ଏଥିରେ ନିରାଶ ହୋଇ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ ପରିବାର ଲୋକେ । ତିନି ଦିନ ଧରି କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ଜାରି ରହିବା ପରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତରଖାନା ପକ୍ଷରୁ ଘୋଷଣା କରାଯାଇଛି ।

ଏ ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥର ତାଙ୍କୁ ଟିକେଟ ଦିଆଯାଇ ନଥିଲା। ତାଙ୍କ ବଦଳରେ ଏମ୍‌ଡିଏମ୍‌କେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଉଭୟ ଏମ୍‌ଡିଏମ୍‌କେ ଓ ଡିଏମ୍‌କେ ମିଳିତ ଭାବେ ଦୁରାଇଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଛନ୍ତି।

Leave A Reply

Your email address will not be published.