ମହମ୍ମଦ ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାରବାଟୀ-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ନୋମିନେସନ ଦାଖଲ ବେଳେ ମୋକିମ ସଠିକ ତଥ୍ୟ ଦେଇନଥିବା କୋର୍ଟରେ ପ୍ରମାଣିତ ହୋଇଛି ।

ବିଶେଷ କରି ତାଙ୍କ ବିରୋଧରେ ଥିବା ଅପରାଧିକ ମାମଲା ବାବଦୀୟ ସମ୍ପୂର୍ଣ୍ଣ ତଥ୍ୟ ସେ ରିଟର୍ନିଙ୍ଗ ଅଫିସରଙ୍କ ପାଖରେ ଦାଖଲ କରିନଥିଲେ । ଏବଂ ସେ ସବୁକୁ ସଠିକ ଭାବେ ରିଟର୍ଣ୍ଣିଂ ଅଫିସର ଯାଞ୍ଚ କରିନଥିବା ମଧ୍ୟ ପ୍ରମାଣିତ ହୋଇଛି। ଯାହାକୁ ଆଧାର କରି ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି। ସୂଚନା ଅନୁସାରେ, କଟକ-ବାରବାଟୀ ବିଧାନସଭା ନିର୍ବାଚନ ଅନିୟମିତତା ମାମଲାର ଗୁରୁତ୍ୱ ନଥିବା ଦର୍ଶାଇ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ଖାରଜ କରିଥିଲେ ହାଇକୋର୍ଟ । କେବଳ ସେତିକି ନୁହେଁ ଆବେଦନକାରୀଙ୍କୁ ୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।

ଗତ ନିର୍ବାଚନକୁ ନେଇ ହାଇକୋର୍ଟରେ ଗତ କିଛି ଦିନ ଧରି ଏକ ମାମଲା ବିଚାରାଧୀନ ଥିଲା ।ବିଧାୟକ ମହମ୍ମଦ ମୋକିମ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ । ଏହି ମାମଲାର ଗୁରୁତ୍ୱ ନଥିବା ଦର୍ଶାଇ କଟକ-ବାରବାଟୀ ବିଧାୟକ ମାମଲାକୁ ଖାରଜ କରିବାକୁ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ । ଏହି ମାମଲାକୁ ବିନା ଶୁଣାଣିରେ ଖାରଜ କରିବାକୁ ମୋକିମ ଆବେଦନ କରିଥିଲେ । ମୋକିମଙ୍କ ଏହି ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି ।

Leave A Reply

Your email address will not be published.