ଯଶିପୁରରେ ବିଧାୟକ ପ୍ରାର୍ଥୀ ଚକ୍ରଧର ହେମ୍ବ୍ରମଙ୍କ ପାଇଁ ଭି.କେ.ପାଣ୍ଡିଆନ୍‌ଙ୍କ ନିର୍ବାଚନ ପ୍ରଚାରକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଉ କିଛିଦିନ ଚତୁର୍ଥ ପର୍ଯାୟ ନିର୍ବାଚନ ହେବାକୁ ଥିବାବେଳେ ବିଭିନ୍ନ ଦୋଳ ପକ୍ଷରୁ ହେବିୱେଟ ନେତାଙ୍କ ଯଶିପୁର ନିର୍ବାଚନ ମଣ୍ଡଳୀରେ ଜୋରଦାର ନିର୍ବାଚନୀ ପ୍ରଚାର | ଆଜି ବିଜେଡିର ନେତା ଭି. କେ ପାଣ୍ଡିଆନ ପ୍ରାୟ ଦିବା ୧୨ଘଟିକା ସମୟରେ ହେଲିକପ୍ଟର ଜଗେ ଭୋଞ୍ଜିକିଆ ପଡିଆରେ ଅବତରଣ କରି ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ବୁଝେଇଥିଲେ ।

ଏବଂ ରାଜ୍ୟ ସରକାର ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ସେମାନଙ୍କ ଭାଷା, ସାହିତ୍ୟ, ସଂସ୍କୃତି ଓ ଦେବସ୍ଥଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସର୍ବଦା ପଦକ୍ଷେପ ନେଇଆସୁଛନ୍ତି। ଆଦିବାସୀମାନଙ୍କ ଉପରେ ଥିବା ୫୦ ହଜାର ମାମଲା ରଦ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ପାଣ୍ଡିଆନ କହିଥିଲେ। ପାଣ୍ଡିଆନ ବିଜେଡି ସରକାରର ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିବା ସହିତ ସାରା ଦେଶରେ ସବୁଠାରୁ ଅଧିକ ଆଦିବାସୀ ଛାତ୍ରାବାସ ଓଡ଼ିଶାରେ ନିର୍ମାଣ ହୋଇଛି ବୋଲି କହିଥିଲେ। ଆସନ୍ତା ଜୁନରେ ମୁଖ୍ୟମନ୍ତ୍ରୀ ପୁନର୍ବାର ଶପଥ ଗ୍ରହଣ କରିବେ। ଶପଥ ନେବା ପରେ ସର୍ବପ୍ରଥମେ ବିଜୁଳି ବିଲ୍‌‌ ଛାଡ଼ ଘୋଷଣା ଉପରେ ଦସ୍ତଖତ କରିବେ ମୁଖ୍ୟମନ୍ତ୍ରୀ।

ଏହାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ରେ ସମସ୍ତଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ୨ୟ ଦସ୍ତଖତ କରିବେ। ସେହିପରି ୩ୟରେ ମୁଖ୍ୟମନ୍ତ୍ରୀ ମିଶନଶକ୍ତି ଯୋଜନାରେ ମହିଳାମାନଙ୍କୁ ପେନସନ୍‌‌ ଦେବା ଘୋଷଣାରେ ଦସ୍ତଖତ କରିବେ ବୋଲି ପାଣ୍ଡିଆନ କହିଥିଲେ। ଭଞ୍ଜକିଆ ପଡ଼ିଆରେ ଆୟୋଜିତ ଜନସମାବେଶରେ ପାଣ୍ଡିଆନ ଯୋଗଦେଇ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ତେବେ ଏହି କାର୍ଯ୍ୟକ୍ରମ ରେ ବିଧାୟକ ପ୍ରାର୍ଥୀ ଚକ୍ରଧର ହେମ୍ବ୍ରମ ଲୋକସଭା ପ୍ରାର୍ଥୀ ସୁଦାମ ମାରାଣ୍ଡି ମଧ୍ୟ ମଞ୍ଚରେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ରେ ନିର୍ବାଚନ ମଣ୍ଡଳୀ ର ସମସ୍ତ ବ୍ଲକ ଅଞ୍ଚଳ ରୁ ହଜାର ହଜାର ସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ।

Leave A Reply

Your email address will not be published.