ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷିବ: ୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗୁରୁବାର  ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । କିଛି ଅଞ୍ଚଳରେ ଅତିରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ ଆସନ୍ତା ୨ ଦିନ ମଧ୍ୟରେ ଛତିଶଗଡ ଦେଇ ଅତିକ୍ରମ କରିବାର ସମ୍ଭବନା ଥିବା କହିଛି ଭାରତୀୟ ପାଣିପାଗ ବିଭାଗ । ଏହାବ୍ୟତୀତ ରାଜ୍ୟରେ ଦକ୍ଷିଣପଶ୍ଚିମ ବାୟୁ ସକ୍ରିୟ ହୋଇଛି । ଏହାର ପ୍ରଭାବର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ବଲାଙ୍ଗୀର, ରାୟଗଡା ସମେତ ଏକାଧିକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

ଲଗାଣ ବର୍ଷା ଯୋଗୁ ନଦୀଗୁଡିରେ ଜଳସ୍ତର ବଢୁ ସଦୃଶ୍ୟ ଲଘୁଚାପ ରୂପ । ଏହାର ପ୍ରଭାବରେ ଗୁରୁବାର  ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । କିଛି ଅଞ୍ଚଳରେ ଅତିରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ ଆସନ୍ତା ୨ ଦିନ ମଧ୍ୟରେ ଛତିଶଗଡ ଦେଇ ଅତିକ୍ରମ କରିବାର ସମ୍ଭବନା ଥିବା କହିଛି ଭାରତୀୟ ପାଣିପାଗ ବିଭାଗ । ଏହାବ୍ୟତୀତ ରାଜ୍ୟରେ ଦକ୍ଷିଣପଶ୍ଚିମ ବାୟୁ ସକ୍ରିୟ ହୋଇଛି । ଏହାର ପ୍ରଭାବର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ବଲାଙ୍ଗୀର, ରାୟଗଡା ସମେତ ଏକାଧିକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ବନ୍ୟସ୍ଥିତି ଦେଖା ଦେଇପାରେ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ  କହିଛନ୍ତି । ସେପ୍ଟେମ୍ବର ୧୫ରୁ ବର୍ଷାର ପରିମାଣ ଧୀରେ ଧୀରେ କମିପାରେ । 

ପାଣିପାଗ ସୂଚନା ଅନୁସାରେ, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ନୂଆପଡା ଏବଂ ସମ୍ବଲପୁର ଆଜି ଜିଲ୍ଲାରେ ପ୍ରବଳୁର ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର କେତେକ ଅଞ୍ଚଳରେ ଅତିରୁ ଅତି ପ୍ରବଳ ଅର୍ଥାତ ୨୦ ସେମିରୁ ଅଧିକ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଦିଆ ଯାଇଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, କଟକ, ଦେବଗଡ, ଝାରସୁଗୁଡା, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ସମ୍ଭବନା ରହିଛି । ଅନ୍ୟପକ୍ଷେ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ନୟାଗଡ, ଯାଜପୁର, ରାୟଗଡା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବା ସହ ଭୂଭୂସ୍ଖଳ ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବା ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.