ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ

0

ଓଡ଼ିଆ ନ୍ୟୁଜ୍: ଦେଶର ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ। ପ୍ରବଳ ବର୍ଷା ଯୋଗୁ ୨ ଦିନରେ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପ୍ରବଳ ବର୍ଷା ଯୋଗୁ ମାଟି ଅତଡ଼ା ଧସିବା ଓ ଫ୍ଲାସ ଫ୍ଲଡ୍ ପାଇଁ ପ୍ରବଳ କ୍ଷୟକ୍ଷତି ହୋଇଛି। ଗତ ୪୮ ଘଣ୍ଟା ମଧ୍ୟରେ ଆସାମ ଓ ଅରୁଣାଚଳପ୍ରଦେଶରେ ୯ ଜଣ ଲେଖାଏଁ ପ୍ରାଣ ହରାଇଥିବାବେଳେ ମେଘାଳୟରେ ୬, ମିଜୋରାମରେ ୫, ନାଗାଲାଣ୍ଡ ଓ ତ୍ରିପୁରାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଅରୁଣାଚଳପ୍ରଦେଶର ଇଷ୍ଟ କାମେଙ୍ଗ ଜିଲାରେ ଭୂସ୍ଖଳନ ଯୋଗୁ ଏକ ଗାଡ଼ି ଖାତକୁ ଖସିପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଲୋୟର ସୁବନସିରି ଜିଲାରେ ଭୂସ୍ଖଳନରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେପଟେ ଆସାମରେ ଲଗାଣ ବର୍ଷା ଜାରି ରହିଥିବାରୁ ସଡ଼କ ପରିବହନ ଓ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି।

Leave A Reply

Your email address will not be published.