ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା।ନୂଆପଡ଼ାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି।ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି। ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର।ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି।ସେପ୍ଟେମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର ତାଲିକା ପ୍ରସ୍ତୁତ।ରାଜନୈତିକ ଦଳମାନଙ୍କୁ ଚିଠା ଭୋଟର ତାଲିକା ଉପଲବ୍ଧ କରାଯାଇଛି।ଭାରତ ନିର୍ବାଚନ ଆୟୋଗ ୦୧.୦୭.୨୦୨୫କୁ ଯୋଗ୍ୟତା ତାରିଖ ଭାବରେ ରଖି ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପ-ନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ, ୭୧-ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି। ସେହିପରି, ୭୧-ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ମତଦାନ କେନ୍ଦ୍ର ୩୦୨ ରୁ ୩୫୮କୁ ବୃଦ୍ଧି କରାଯାଇଛି। ଏହା ବ୍ୟତୀତ, ଏହି ପୁନଃବ୍ୟବସ୍ଥିକରଣ ପ୍ରକ୍ରିୟା ସମୟରେ ୭୧-ନୂଆପଡା ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି ।