‘ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ରାଷ୍ଟ୍ରପତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବନସ୍ତେ ଡାକିଲା ରଜ, ବରଷକେ ଥରେ ଆସିଛି ରଜ। ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ରଜପର୍ବ ଓଡ଼ିଆ ସଂସ୍କୃତିର ଏକ ଅନନ୍ୟ ଉତ୍ସବ। ଆଜି ପହଲି ରଜରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟରେ ଓ ରାଜ୍ଯ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି।

ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା, ପାନ ଓ ଦୋଳି ଖେଳ ମାଧ୍ୟମରେ ଓଡ଼ିଶାର ଜନସାଧାରଣ ଏହି ପର୍ବକୁ ହର୍ଷୋଲ୍ଲାସ ସହିତ ପାଳନ କରନ୍ତି । କୃଷିଭିତ୍ତିକ ଏହି ରଜ ପର୍ବ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଅଛି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ରଜ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା। ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ।

ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା। ଏକ୍ସ ଜରିଆରେ ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଲେଖିଛନ୍ତି, ରଜ ଉପଲକ୍ଷେ ପ୍ରିୟ ଦେଶବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା, ପାନ ଓ ଦୋଳି ଖେଳ ମାଧ୍ୟମରେ ଓଡ଼ିଶାର ଜନସାଧାରଣ ଏହି ପର୍ବକୁ ହର୍ଷୋଲ୍ଲାସ ସହିତ ପାଳନ କରନ୍ତି । କୃଷିଭିତ୍ତିକ ଏହି ରଜ ପର୍ବ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି।

Leave A Reply

Your email address will not be published.