ରାଜ୍ୟରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଓଡ଼ିଆ ନ୍ୟୁଜ୍: ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତାର ପା‍ର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ । ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି ।

ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶା, ସୁନ୍ଦରଗଡ଼ ଓ ଦେବଗଡ଼ରେ ଭଲ ବର୍ଷା ହେବ । ଆଗକୁ ବର୍ଷା ହେବାର ଥିବାରୁ ୨୯ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ ।

Leave A Reply

Your email address will not be published.