ଭାରତରେ ୧୦୦୦ ପାର୍‌ କଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା

0

ଓଡ଼ିଆ ନ୍ୟୁଜ୍: ପୁଣି ମୁଣ୍ଡ ଟେକିବା ଆରମ୍ଭ କରିଛି କୋଭିଡ-୧୯ । ମୁମ୍ବାଇ, ଦିଲ୍ଲୀ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ପାର୍‌ କରିଛି । ଏହାକୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି। କୋଭିଡକୁ ନେଇ ଏଯାଏ କୌଣସି ଆଡଭାଇଜରି ଜାରି କରିନାହନ୍ତି କେନ୍ଦ୍ର ସରକାର ।  ଦିଲ୍ଲୀ, ମହାରାଷ୍ଟ୍ର, କେରଳ, କର୍ଣ୍ଣାଟକ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟରେ କୋଭିଡ୍-୧୯ ମାମଲା ହଠାତ୍ ବୃଦ୍ଧି ପାଇଛି । ଏହି ସମସ୍ତ ରାଜ୍ୟରେ ଡାକ୍ତରଖାନାଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି ।

ଭାରତରେ କୋଭିଡ-୧୯ ଦୁଇଟି ନୂତନ ଭାରିଆଣ୍ଟ୍ NB.1.8.1 ଏବଂ LF.7 ଚିହ୍ନଟ ହୋଇଛି । ଆଜି(ସୋମବାର) ସୁଦ୍ଧା ଦେଶର ଅତି କମ୍‌ରେ ୨୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ହସ୍ପିଟାଲ ଗୁଡ଼ିକରେ ଆଇସିୟୁ ବେଡ୍, ଅକ୍ସିଜେନ୍ ଏବଂ ଅନ୍ୟାନ୍ୟ ଆବଶ୍ୟକ ଉପକରଣ ସହିତ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ମହାରାଷ୍ଟ୍ରରେ ସର୍ବାଧିକ ନୂତନ କରୋନା ମାମଲା ଚିହ୍ନଟ ହୋଇଛି । ମୁମ୍ବାଇ, ପୁଣେ ଏବଂ ଥାଣେ ଭଳି ସହରରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.