ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ରଖିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନଭେମ୍ବର ୧ରେ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ରଖିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ । ବନ୍ଦ ରହିବ ୧୦୮ ଆମ୍ବୁଲାନ୍ସ ସେବା । ଆନ୍ଦୋଳନରେ ବସିବେ ୬ ହଜାରରୁ ଅଧିକ ଆମ୍ବୁଲାନ୍ସ କର୍ମଚାରୀ । ନୂତନ ଠିକା ସଂସ୍ଥା ଉଦ୍ଦେଶ୍ୟମୂଳକ ଭାବେ ୨ଶହ କର୍ମଚାରୀଙ୍କୁ କାର୍ଯ୍ୟରେ ନିୟୋଜିତ କରି ନ ଥିବା ଅଭିଯୋଗ ହୋଇଛି।

ଏହାରି ପ୍ରତିବାଦରେ ଆସନ୍ତା ୧ ତାରିଖରେ ଆନ୍ଦୋଳନ ଡାକରା ଦିଆଯାଇଛି । ତେବେ ସୂଚନା ମୁତାବକ, ଆଜି ୩୦ଟି ଜିଲ୍ଲାର ଅଫ୍ ଡ୍ୟୁଟି କର୍ମଚାରୀମାନଙ୍କୁ ନେଇ ଜିଲ୍ଳାପାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିବ ମହାସଂଘ । ସେପଟେ ଏନେଇ ସଂପୃକ୍ତ ଠିକା ସଂସ୍ଥା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

ଏନେଇ ଆମ୍ବୁଲାନ୍ସ କର୍ମଚାରୀ ସଂଘର ରାଜ୍ୟ ସମ୍ପାଦକ ଶ୍ରୀରାମଚନ୍ଦ୍ର ଆଚାର୍ଯ୍ୟ କହିଛନ୍ତି, ଗ୍ରୀନ୍‌ ହେଲଥ୍‌ ସର୍ଭିସ ନାମକ ଏକ ଠିକା କମ୍ପାନୀ ଓଡ଼ିଶାରେ ୧୦୮ ଆମ୍ବୁଲାନ୍ସ ସେବାକୁ ଠିକାରେ ନେଇ ସାରିଛି। ସମୁଦାୟ ୬ ହଜାର କର୍ମଚାରୀଙ୍କ ମଧ୍ୟରୁ ନୂତନ ଠିକା ସଂସ୍ଥା ଉଦ୍ଦେଶ୍ୟମୂଳକ ଭାବେ ୨ଶହ କର୍ମଚାରୀଙ୍କୁ କାର୍ଯ୍ୟରେ ନିୟୋଜିତ କରି ନାହିଁ। ଅନ୍ୟପଟେ ଏହି ଘଟଣାରେ ସଂପୃକ୍ତ ଠିକା ସଂସ୍ଥା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Leave A Reply

Your email address will not be published.