ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କାରେ ୧୪ ଆହତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କାରେ ୧୪ ଆହତ। ଯାଜପୁର ସଦରଥାନା ବରୁହାଁ କବୀରପୁରଠାରେ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୧୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି | ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ୩୫ ଜଣ ଯାତ୍ରୀଙ୍କୁ ନେଇ ବରୀ କାଇପଡ଼ାରୁ କଟକ ଆସୁଥିଲା। କବୀରପୁର ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ଦୁର୍ଘଟଣା ଘଟିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।

ଅନ୍ୟପଟେ ଘଟଣାର ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରିଛି। ସେହିପରି ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଦୁର୍ଘଟଣା ପରେ ବସ୍‌ ଓ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.