ଓଡ଼ିଆ ନ୍ୟୁଜ୍: ପୋଲିସ ପଦକ ପାଇବେ ଓଡ଼ିଶାର ୧୯ ଜଣ ଅଧିକାରୀ। ଉଲ୍ଲେଖନୀୟ ସେବା ପାଇଁ ମିଳିବ ଏହି ପଦକ। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ପାଇବେ ରାଷ୍ଟ୍ରପତି ପୁରସ୍କାର।
୬ ପୋଲିସ କର୍ମଚାରୀ ପାଇବେ ସାହସିକତା ପୁରସ୍କାର। ସେହିପରି ସେବାରେ ପ୍ରଂଶସନୀୟ କାର୍ଯ୍ୟ ପାଇଁ ୧୧ ପୋଲିସଙ୍କୁ ମିଳିବ ପୁରସ୍କାର। ଅଗ୍ନିଶମ ସେବାରେ ଭମରବର ସେଠ୍ଙ୍କୁ ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯିବ। ଅଗ୍ନିଶମ ସେବାରେ ପ୍ରଶଂସନୀୟ କାର୍ଯ୍ୟ ପାଇଁ ୪ ଜଣ ପାଇବେ ପୁରସ୍କାର। ହୋମ୍ଗାର୍ଡ ଓ ସିଭିଲ୍ ଡିଫେନ୍ସ ବିଭାଗରେ ୩ ଜଣଙ୍କୁ ମିଳିବ ପଦକ।