ଆଜିଠୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା । ଏହି ନାମଲେଖା ପ୍ରକ୍ରିୟା ଆସନ୍ତା ୭ରୁ ୧୩ ତାରିଖ ଯାଏ ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଜାରି ରହିବ। ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଏହି ନାମଲେଖା ପ୍ରକ୍ରିୟା ରେ ସୁଯୋଗ ମିଳିବ। ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ୧୨ ହଜାର ୩୬୮ ଛାତ୍ରଛାତ୍ରୀ ନାମ ଲେଖାଇବା ପାଇଁ ସୁଯୋଗ ପାଇବେ। ଗୋଟିଏ ଘଣ୍ଟାରେ ୧୫ ଜଣ ଛାତ୍ରଛାତ୍ରୀଙ୍କୁ ସ୍ଲଟ୍ ପ୍ରଦାନ କରାଯାଇଛି। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଛାତ୍ରଛାତ୍ରୀ ନାମଲେଖ‌ା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୨୧ ହଜାର ୨୩, ବାଣିଜ୍ୟରେ ୨୫ ହଜାର ୧୬୮ଜଣ, ଉପଶାସ୍ତ୍ରୀରେ ୭୭୭୯ ଓ ଧନ୍ଦାମୂଳକ ବିଭାଗରେ ୫୨୨୦ଜଣ ମନୋନୀତ ହୋଇଛନ୍ତି । ଏ ବର୍ଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ପାଇଁ ୪ ଲକ୍ଷ ୭୨ ହଜାର ୨୭୯ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ୧୨ହଜାର ୩୬୮ଜଣଙ୍କୁ ସିଟ୍‌ ଆଲଟ୍‌ମେଣ୍ଟ କରାଯାଇଛି।

କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଛାତ୍ରଛାତ୍ରୀ ନାମଲେଖ‌ା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୨୧ ହଜାର ୨୩, ବାଣିଜ୍ୟରେ ୨୫ ହଜାର ୧୬୮ଜଣ, ଉପଶାସ୍ତ୍ରୀରେ ୭୭୭୯ ଓ ଧନ୍ଦାମୂଳକ ବିଭାଗରେ ୫୨୨୦ଜଣ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ଲକ୍ଷ ୩ହଜାର ୫୪୩ ଛାତ୍ର ଓ ୨ ଲକ୍ଷ ୮ ହଜାର ୭୭୮ ଛାତ୍ରୀ ରହିଛନ୍ତି। ଅନ୍ୟାନ୍ୟ ବର୍ଗର ୪୭ଜଣ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୭ରୁ ୧୩ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ।  ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ୧୨ହଜାର ୩୬୮ଜଣଙ୍କୁ ସିଟ୍‌ ଆଲଟ୍‌ମେଣ୍ଟ।

Leave A Reply

Your email address will not be published.