ଘୋଷଣା ହେଲା ୨୦୨୪ ସାଧାରଣ ନିର୍ବାଚନ ତାରିଖ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଅପେକ୍ଷାର ଅନ୍ତ ଘଟିଲା। ଘୋଷଣା ହେଲା ୨୦୨୪ ସାଧାରଣ ନିର୍ବାଚନ ତାରିଖ।  ଭାରତୀୟ ନିର୍ବାଚନ କମିସନ ସାମ୍ବାଦିକ ସମ୍ମିଳନୀ ଯୋଗେ ଶନିବାର ତାରିଖ ଘୋଷଣା କରିଛନ୍ତି। ଲୋକସଭା ଓ ଓଡିଶା ବିଧାନସଭା ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି।

ଓଡ଼ିଶା ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି CEC। ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ଭୋଟ ଗ୍ରହଣ।  ମେ’୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌‌। ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ସିଇସି ରାଜୀବ କୁମାର ସୂଚନା ଦେଇଛନ୍ତି। ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ସିଇସି ରାଜୀବ କୁମାର ସୂଚନା ଦେଇଛନ୍ତି। ଦେଶରେ ମୋଟ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି। ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌‌ ସହ ଭୋଟ ଗ୍ରହଣ ପାଇଁ ଦେଢ କୋଟି ପୋଲିଂ ଅଧିକାରୀ ପ୍ରସ୍ତୁତ ରହିଛନ୍ତି। ଭୋଟ ଗ୍ରହଣ ପାଇଁ ୫୫ ଲକ୍ଷ ଇଭିଏମ୍‌‌ ପ୍ରସ୍ତୁତ ରହିଛି।

ଏପ୍ରିଲ ତାରିଖରେ ହେବ ନିର୍ବାଚନ। ଏହାଛଡ଼ା ସେ କହିଛନ୍ତି, ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯିବ। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର। ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ। ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ। କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ, କାରଣ ଦର୍ଶାଇବେ।

Leave A Reply

Your email address will not be published.