ସୋସିଆଲ ମିଡିଆରେ ପ୍ରକୃତି ମିଶ୍ରଙ୍କ ବୟାନ: ମୋତେ ଅତର୍କିତ ଆକ୍ରମଣର ଆକ୍ସନ ନେବି

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ମୁଁ ଏବଂ ମୋର କୋ-ଷ୍ଟାର ବାବୁସାନ ଚେନ୍ନାଇରେ ରହୁଥିବା ଉତ୍କଳ ସମାଜର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବାହାରିଥିଲୁ । ସେହି ସମୟରେ ତାଙ୍କ ସ୍ତ୍ରୀ କିଛି ଗୁଣ୍ଡାଙ୍କୁ ଧରି ବାବୁସାନଙ୍କୁ ନିର୍ଯ୍ୟାତନା ଦେବା ସହିତ ମୋତେ ଅତର୍କିତ ଭାବେ ଶାରୀରିକ ଏବଂ ମାନସିକ ଆଘାତ କରିଥିଲେ । ତାଙ୍କ ସ୍ତ୍ରୀଙ୍କର ଏଭଳି ବ୍ୟବହାର ମୋ ପକ୍ଷରେ ଆଦୌ ଗ୍ରହଣଯୋଗ୍ୟନୁହେଁ ।

ପ୍ରକୃତି ମିଶ୍ରଙ୍କ ବାପା-ମା’ ଭୁବନେଶ୍ବର ଖାରବେଳନଗର ଥାନାରେ ଆଜି ଅଭିଯୋଗ କରିବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହା ପୂର୍ବରୁ ପ୍ରକୃତି ମିଶ୍ର ସାମାଜିକ ଗଣମାଧ୍ୟମ ଜରିଆରେ ନିଜ ଜୀବନରେ ଘଟି ଯାଇଥିବା ଅଘଟଣ ନେଇ ବୟାନ ଦେଇଛନ୍ତି।

ସାମାଜିକ ଗଣମାଧ୍ୟମରେ ପ୍ରକୃତି ମିଶ୍ର ଲେଖିଛନ୍ତି, ପ୍ରତ୍ୟେକ କାହାଣୀର ଦୁଇଟି ପାର୍ଶ୍ବ ଥାଏ । ଦୁର୍ଭାଗ୍ୟବଶତଃ ଆମେ ଏମିତି ଏକ ସମାଜରେ ବାସକରୁଛୁ, ଯେଉଁଠାରେ କିଛି ଶୁଣିବା ପୂର୍ବରୁ ହିଁ ମହିଳାଙ୍କୁ ଦୋଷୀ ସଜାଇ ଦିଆଯାଏ । ମୁଁ ଏବଂ ମୋର କୋ-ଷ୍ଟାର ବାବୁସାନ ଚେନ୍ନାଇରେ ରହୁଥିବା ଉତ୍କଳ ସମାଜର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବାହାରିଥିଲୁ । ସେହି ସମୟରେ ତାଙ୍କ ସ୍ତ୍ରୀ କିଛି ଗୁଣ୍ଡାଙ୍କୁ ଧରି ବାବୁସାନଙ୍କୁ ନିର୍ଯ୍ୟାତନା ଦେବା ସହିତ ମୋତେ ଅତର୍କିତ ଭାବେ ଶାରୀରିକ ଏବଂ ମାନସିକ ଆଘାତ କରିଥିଲେ । ତାଙ୍କ ସ୍ତ୍ରୀଙ୍କର ଏଭଳି ବ୍ୟବହାର ମୋ ପକ୍ଷରେ ଆଦୌ ଗ୍ରହଣଯୋଗ୍ୟନୁହେଁ ।

 

Leave A Reply

Your email address will not be published.