ଶିମିଳିପାଳରୁ ୨୧ଶିକାରୀ ଗିରଫ, ୧୬୫ ଦେଶୀ ବନ୍ଧୁକ ଜବତ

0

ଓଡିଆ ନ୍ୟୁଜ (ବ୍ରୁରୋ) : ଶିକାରୀଙ୍କ ହବ୍ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ । ବନ୍ଧୁକ ମୁନରେ ଚାଲିଯାଉଛି ନିରିହ ବନ୍ୟ ପ୍ରାଣୀଙ୍କ ଜୀବନ। ଆଉ ଏହାକୁ ବିରୋଧ କରୁଥିବା ତଥା ପାଟ୍ରୋଲିଂକୁ କଡ଼ାକଡ଼ି କରୁଥିବା ବନ କର୍ମଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି ଦୁର୍ଦ୍ଦାନ୍ତ ଶିକାରୀ। ଏଗତ କିଛି ମାସ ମଧ୍ୟରେ ଶିମିଳିପାଳରେ ଗଡ଼ିଲାଣି ୨ ବନ କର୍ମଚାରୀଙ୍କ ମୁଣ୍ଡ। ଶିମିଳିପାଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିବା ବେଳେ ଯାହା ମିଳିଛି ସମସ୍ତଙ୍କ ଆଖି ତାଟକା ହୋଇ ଯାଇଛି।

ସର୍ଚ୍ଚ ଅପରେସନ ବେଳେ ଶିମିଳିପାଳରୁ ୨୧ ଶିକାରୀଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ଜବତ ହୋଇଛି ୧୬୫ ବନ୍ଧୁକ । ଏ ନେଇ ସୂଚନା ଦେଇ ମୟୂରଭଞ୍ଜ ଏସ୍ ପି ବି. ଗଙ୍ଗାଧର କହିଛନ୍ତି, ମୟୂରଭଞ୍ଜର ୧୪ଟି ଥାନା ଅଞ୍ଚଳରେ ସର୍ଚ୍ଚ ଅପରେସନ ପରେ ୧୬୫ ଦେଶୀ ବନ୍ଧୁକ ଓ ବନ୍ଧୁକ ତିଆରି ଯନ୍ତ୍ରାଂଶ ଜବତ କରଯାଇଛି । ଏଥିସହ ୫୦୦ ଗନ୍ ପାଉଡର, ବଜ୍ରକାପ୍ତା କାତି, ହରିଣ ଶିଙ୍ଗ ମଧ୍ୟ ଜବତ କରଯାଇଛି ।

ତେବେ ଏହି ଶିକାରୀମାନେ ଏତେ ପରିମାଣର ଅସ୍ତ୍ର କେଉଁଠୁ ଆଣିଲେ, କିଏ ଏହାକୁ ଯୋଗାଉଥିଲା ସେ ନେଇ ଖୋଳତାଡ ଚାଲିଛି। ସୂଚନାଯୋଗ୍ୟ, ଶିମିଳିପାଳ ଅଭୟାରଣ୍ୟରେ ଶିକାରୀମାନେ ଫରେଷ୍ଟ ଗାର୍ଡ ବିମଳ କୁମାର ଜେନାଙ୍କୁ ଗତ ମେଦ ମାସରେ ଗୁଳି କରି ହତ୍ୟା କରିଥିଲେ। ଏହି ଘଟଣା ପ୍ରଚାରିତ ହେବା ପରେ ଏହା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଏହାପରେ ଶିମିଳିପାଳର ୬ ଶହ ସୁରକ୍ଷା ସହାୟକ(ଠିକା ବନ କର୍ମଚାରୀ) ଆନ୍ଦୋଳନକୁ ଓହ୍ଲାଇଥିଲେ। ଫଳରେ ଦୁଇଟି ଡିଭିଜନରେ ଥିବା ମୋଟ ୧୬ଟି ରେଞ୍ଚକୁ ପୁଲିସ୍‌ କର୍ମଚାରୀ ଜଗିଥିଲେ। ଏଥିସହ ଶିମିଳିପାଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିଲା।

Leave A Reply

Your email address will not be published.