ରାଜ୍ୟରେ ଆଉ 22 ନୂଆ ଏନ୍‌ଏସି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ରାଜ୍ୟରେ ଆଉ 22 ନୂଆ ଏନ୍‌ଏସି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି।ଏହାସହ ଭଞ୍ଜନଗର ଏନଏସି ମ୍ୟୁନିସିପାଲିଟିକୁ ଉନ୍ନୀତ ହୋଇଛି।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିର ର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବର ର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁର ର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା।

ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥ ନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଗତମାସରେ ରାଜ୍ୟରେ ୩୫ଟି ନୂଆ NAC ଘୋଷଣା ହୋଇଥିଲା। ଆଜି ଘୋଷଣା ହୋଇଥିବା ଅଞ୍ଚଳ ଗୁଡ଼ିକ NAC ପାଇଁ ଦାବି ହୋଇଆସୁଥିଲା। ଏଥିପାଇଁ ବିଭିନ୍ନ ସ୍ଥାନରେ ବନ୍ଦ ଡାକରା ଦିଆଯିବା ସହ ଆନ୍ଦୋଳନ ମଧ୍ୟ କରାଯାଇଥିଲା।

Leave A Reply

Your email address will not be published.