୨୫୦ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଗଡ଼ିଲା ୨୫୦ ନୂଆ ଆମ୍ବୁଲାନ୍ସ।ଦ୍ବିତୀୟ ପର୍ଯ୍ୟାୟରେ ୨୫୦ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ।ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍‌ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା।ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ।

ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ନିଷ୍ପତ୍ତି ନେଇଥିଲେ । ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୦୨୫ ମସିହା ଡିସେମ୍ବର ୨୩ ତାରିଖ ଦିନ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଥିଲା । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧିକ ୨୫୦ଟି ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି । ଏଥିରେ ବିମାନବନ୍ଦର ନିମନ୍ତେ ୫ଟି ଏବଂ ଝାରସୁଗୁଡ଼ା ସ୍ଥିତ କାର୍ଡିଆକ୍ କେୟାର୍ ହସ୍ପିଟାଲ ନିମନ୍ତେ ୨ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ALS) ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି । ତେବେ ପ୍ରତି ଆସୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବିନିଯୋଗ କରିଛନ୍ତି ।

Leave A Reply

Your email address will not be published.