ବାରିଦା(ଓଡ଼ିଆ ନ୍ୟୁଜ୍): ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ମହାପ୍ରଭୁଙ୍କ ରଥଯାତ୍ରା । ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ପୁରୀରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ପରଦିନ ଅର୍ଥାତ୍ ଆଜି ଏଠାରେ ରଥଯାତ୍ରା ଅନୁଷ୍ଠିତ ହୋଇଛି । ଏଠାରେ ଦେବୀ ସୁଭଦ୍ରାଙ୍କ ରଥକୁ କେବଳ ମହିଳା ମାନେ ଟାଣି ନେଇଥାଆନ୍ତି । ଗତକାଲି ବିଧିବଦ୍ଧ ଭାବେ ରୀତିନୀତି ଅନୁସାରେ ଗୋଟି ପହଣ୍ଡିରେ ତିନି ଠାକୁରଙ୍କୁ ରଥାରୁଢ କରାଯାଇଥିଲା । ଏହାରେ ରଥାରୂଢ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ ଦେରିଛନ୍ତି ଶ୍ରଦ୍ଧାଳୁ ।
କରୋନା ମହାମାରୀ ପାଇଁ ଗତ ଦୁଇ ବର୍ଷ ଧରି ବାରିପଦା ରଥଯାତ୍ରା ବନ୍ଦ ରହିଥିଲା । ଚଳିତ ବର୍ଷ ଭକ୍ତଙ୍କ ସୁରକ୍ଷାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଦୁଇ ଦିନ ଧରି ଏଠାରେ ରଥ ଟଣା ହୋଇଥାଏ ।