ନବୀନଙ୍କ ଟିମରେ ତିନି ନୂଆ ମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ): ନବୀନଙ୍କ ଟିମରେ ତିନି ନୂଆ ମନ୍ତ୍ରୀ, ସେମାନଙ୍କୁ ଶପଥ ପଠା କରାଯାଇ ବିଭାଗ ବଣ୍ଟନ କରାଯାଇଛି। ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି। ଆଜି ସକାଳ ୯ଟା ୫୦ ମିନିଟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ଶପଥ ପାଠ କରାଇଥିଲେ। ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ଏବେ ବିଭାଗ ବଣ୍ଟନ କରାଯାଇଛି ।
୩ ନୂଆ ମନ୍ତ୍ରୀଙ୍କୁ ମିଶାଇ କ୍ୟାବିନେଟ୍ ମନ୍ତ୍ରୀ ସଂଖ୍ୟା ୧୫ରେ ପହଞ୍ଚିଛି । ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ସପ୍ତାହେ ତଳେ ମନ୍ତ୍ରିମଣ୍ଡଳରୁ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ସେହିପରି ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ ।

ରାଜ୍ୟପାଳ ତିନିଜଣ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିବାବେଳେ ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

Leave A Reply

Your email address will not be published.