ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଡ଼ ଦୁର୍ଘଟଣା। ଖାଇକୁ ଖସିଲା ଯାତ୍ରୀବାହୀ ବସ୍। ଉତ୍ତରାଖଣ୍ଡର ଅଲ୍ମୋଡାର ମାର୍ଚୁଲାରେ ଘଟିଛି ଏଭଳି କିଛି ମର୍ମନ୍ତୁଦ ଘଟଣା। ଏଥିରେ ୩୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଛନ୍ତି। ମାର୍ଚ୍ଚୁଲାର ସଲ୍ଟ ଅଞ୍ଚଳରେ ଦୁର୍ଘଟଣାସ୍ଥଳରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏସଡିଆରଏଫ)ର ପୁଲିସ ଏବଂ ଟିମ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ସୂଚନାନୁଯାୟୀ, ଉତ୍ତରାଖଣ୍ଡର ଅଲମୋରା କୁପିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିଲା। ଏକ ଯାତ୍ରୀବାହୀ ବସ୍ ଖାଇକୁ ଖସି ପ୍ରଥମେ ଏଥିରେ ୧୫ରୁ ଯାତ୍ରୀ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ। ବସ୍ରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି ଦୁର୍ଘଟଣା ମାର୍ଚୁଲା ନିକଟରେ ଘଟିଛି ।
ବସ୍ଟି ପୌରୀରୁ ରାମନଗର ଆଡକୁ ଆସୁଥିଲା । ଖବର ପାଇ ନୈନିତାଲ ଜିଲାର ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟିଥିବା ସ୍ଥାନଟି ଏକ ପାହାଡିଆ ସ୍ଥାନ ହୋଇଥିବା ବେଳେ ସେଠାରେ ଏକ ଛୋଟ ନଦୀ ମଧ୍ୟ ରହିଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
Comments are closed.