ଓଡ଼ିଆ ନ୍ୟୁଜ୍: ଜିଦରେ ଅଟଳ ଡ୍ରାଇଭର ସଙ୍ଘ।ରାଜ୍ୟରେ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି। ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି, ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ଆନ୍ଦୋଳନ ବନ୍ଦ ହେବ ନାହିଁ ବୋଲି ସେ କହିଛନ୍ତି। ଏପରି କି ଆନ୍ଦୋଳନରେ ୩୦ଟି ଜିଲାର ଡ୍ରାଇଭରଙ୍କୁ ଯୋଗ ଦେବାକୁ ସଭାପତି ଅନୁରୋଧ କରିଛିନ୍ତି।
ଅନ୍ୟପକ୍ଷେ ରାଜରାସ୍ତାରେ ବିଶୃଙ୍ଖଳା କିମ୍ବା ଗାଡ଼ି ଅଟକାଇଲେ ସରକାର ଆକ୍ସନ ନେଇପାରନ୍ତି। ତେଣୁ ସଂଘ ପକ୍ଷରୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣାରେ ବସି ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି।