ଓଡ଼ିଆ ନ୍ୟୁଜ୍: ଜାଲ୍ ସାର୍ଟିଫିକେଟ୍ ଦେଇ GDS ଚାକିରି, ୫ ଜଣଙ୍କୁ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବଞ୍ଚ।ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।
ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର ରଜତ କୁମାର ନାଏକ (୩୨), ବଲାଙ୍ଗୀର ଥାନା ଅଞ୍ଚଳର ସୁଧିର ଭୁଏ (୨୭) ଏବଂ ସୁବର୍ଣ୍ଣପୁର ଅଞ୍ଚଳର ତୋଫାନ ବାଗ (୪୫) ।