BMC ଆଟାକ୍‌; ବିଜେପିରୁ ୫ ସସ୍‌ପେଣ୍ଡ

0

ଓଡ଼ିଆ ନ୍ୟୁଜ୍: BMC ଆଟାକ୍‌; ବିଜେପିରୁ ୫ ସସ୍‌ପେଣ୍ଡ।କର୍ପୋରେଟର ଅପରୂପ ନାରାୟଣ ରାଉତ ସସ୍‌ପେଣ୍ଡ୍‌।ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ ସସ୍‌ପେଣ୍ଡ୍‌।ସଚିକାନ୍ତ ସ୍ବାଇଁ ଓ ସଞ୍ଜୀବ ମିଶ୍ର ମଧ୍ୟ ସସ୍‌ପେଣ୍ଡ୍‌। ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ୫ ଜଣଙ୍କୁ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଦଳ ନିଲମ୍ବିତ କରିଛି। ରାଜ୍ୟ ସଭାପତି ମନମୋହନ ସାମଲ ସେମାନଙ୍କୁ ନିଲମ୍ବନ କରିଛନ୍ତି। ସେମାନେ ହେଲେ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର,ଦେବାଶିଷ ପ୍ରଧାନ,ସଚିକାନ୍ତ ସ୍ବାଇଁ, ଏବଂ ସଂଜୀବ ମିଶ୍ରଙ୍କୁ ନିଲମ୍ବନ କରାଯାଇଛି।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସୋମବାର ନିଜ ଅଫିସରେ କିଛି ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସାହୁ ଗ୍ରୀଭାନ୍ସ ରିଡ୍ରେସାଲ ବୈଠକରେ ବ୍ୟସ୍ତ ଥିଲେ।ରିପୋର୍ଟ ଅନୁସାରେ, ଛଅ ଜଣ ଅଜଣା ଯୁବକ ସାହୁଙ୍କ ଚାମ୍ବରକୁ ଅନଧିକୃତ ଭାବେ ପ୍ରବେଶ କରି ବିନା କାରଣରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି।

Leave A Reply

Your email address will not be published.