ମା ସାରଳା ଙ୍କ ପୀଠ ର ବିକାଶ ପାଇଁ ପ୍ରସ୍ତୁତ ହେବ ମାଷ୍ଟର ପ୍ଲାନ: 5T ସଚିବଙ୍କ ଗସ୍ତପରେ ରାସ୍ତା ପରିସ୍କାର

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):   ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T ) ଶ୍ରୀ ଭି କେ ପାଣ୍ଡିଆନ ଗତକାଲି ପ୍ରତ୍ୟୁଷରେ ଜଗତସିଂହପୁର ର ଝଙ୍କଡ଼ ପୀଠ କୁ ଯାଇ ମା ସାରଳା ଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠ ର ବିକାଶ ସମ୍ପର୍କରେ ସେବାୟତ , ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ ।

ଝଙ୍କଡ଼ ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତି ପୀଠ ।ମା ସାରଳା ଙ୍କ ଆଶୀର୍ବାଦରୁ ଏହି ପୀଠରୁ ଆଦିକବି ସାରଳା ଦାସ ସାରଳା ମହାଭାରତ ରଚନା କରିଥିଲେ ।ପ୍ରତିଦିନ ଏହି ପୀଠ କୁ ମା ଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସିଥାନ୍ତି. ତେଣୁ ଭକ୍ତ ମାନଙ୍କ ସୁବିଧା ପାଇଁ ପୀଠ ର ବିକାଶ ଜରୁରୀ ହୋଇ ପଡିଛି ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ପାଣ୍ଡିଆନ ପୀଠ ର ବିକାଶ ସମ୍ପର୍କ ରେ ସେବାୟତ, ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ ।
ପୀଠ ର ଆବଶ୍ୟକତା କୁ ଭିତ୍ତି କରି ବିକାଶ ପାଇଁ ତୁରନ୍ତ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନ କୁ ନିର୍ଦେଶ ଦେଇ ଥିଲେ।
ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ପରେ 5Tmodel ରେ ଏହା କାର୍ଯ୍ୟକାରୀ କରାଯିବ ।ଏହି ପରିଦର୍ଶନ ସମୟରେ ଜଗତସିଂହପୁର ଜିଲ୍ଲାପାଳ ସୁଶ୍ରୀ ପାରୁଲ ପାଟୱାରୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ

Leave A Reply

Your email address will not be published.