ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଯାଜପୁର ରୋଡ ରେଳ ଷ୍ଟେସନ ଚୂନଭାଟି ପ୍ଲଟ ନିକଟ ରେଳ ଧାରଣା ନିକଟରେ ଠିଆ ହେଇଥିବା ମାଲ ଗାଡି ବଗି ଚଢି ୬ ମୃତ ୨ଗୁରୁତର। ସୂଚନା ମୁତାବକ ଆଜି ଅପରାହ୍ନରେ ହଠାତ ଘୁର୍ଣ୍ଣିଝଡ଼ ବର୍ଷା ଲାଗି ରହିଥିଲା। ଏହି ବର୍ଷାରୁ ବର୍ତ୍ତିବା ପାଇଁ ଯାଜପୁର ରୋଡ ରେଳ ଷ୍ଟେସନ ଚୂନଭାଟି ପ୍ଲଟ ନିକଟରେ କିଛି ଶ୍ରମିକ ରେଳ ଧାରଣାରେ ରହିଥିବା ଏକ ମାଲବାହୀ ଟ୍ରେନ ତଳେ ରହି ଯାଇଥିଲେ। ହଠାତ ଇଂଜିନ ବିଭିନ୍ନ ମାଲ ଗାଡିଟି ଗଡିବାକୁ ଲାଗିଥିଲା।
ଯାହାଫଳରେ ଟ୍ରେନ ତଳେ ରହିଥିବା ଶ୍ରମିକ ମାନଙ୍କ ଉପରେ ଚଢି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ୪ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଶ୍ରମିକ ଗୁରୁତର ହେଇଥିଲେ। ତେବେ ଖବର ପାଇ ସ୍ଥାନୀୟ ଯୁବକ ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ କିନ୍ତୁ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁସାରେ ଆଜି ଅପରାହ୍ଣ ୫ଟା ୧୫ ସମୟରେ ଯାଜପୁରରୋଡ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିଲା। ଏହି ସମୟରେ ବର୍ଷାରୁ ବର୍ତ୍ତିବା ପାଇଁ ଶ୍ରମିକମାନେ ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେସନର ସାଈମନ୍ଦିର ରେଳଫାଟକ ନିକଟରେ ଅଟକିଥିବା ଏକ ମାଲଗାଡ଼ି ତଳେ ଆଶ୍ରୟ ନେଇଥିଲେ। ଷ୍ଟେସନ୍ରେ ଠିଆ ହୋଇଥିବା ଟ୍ରେନ୍ଟି ଅଳ୍ପ ସମୟ ପରେ ଆଗକୁ ବଢ଼ିଥିଲା। ଫଳରେ ଟ୍ରେନ୍ର ଚକା ତଳେ ରହି ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ୫ ଜଣ ଆହତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଯାଜପୁରରୋଡ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ୩ଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଗୁରୁତରଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।
ଯାଜପୁର ରୋଡ ଷ୍ଟେସନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ୨ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।