0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଆଇପିଏସ୍ ଅରୁଣ ଷଡ଼ଙ୍ଗୀ। ଆଜି ଲୋକସେବା ଭବନ ସେ ଡଃ ସରିତା ସୁପକାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି ୨୦୨୩ ଅଗଷ୍ଟ ମାସରେ ଅବସର ନେବା ପରଠୁ ଓପିଏସସି ସଦସ୍ୟ ଡଃ ସରିତା ସୁପକାର କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉ ଥିଲେ।

୬ ବର୍ଷ ପାଇଁ ଆୟୋଗରେ ନିଜର ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଦାୟିତ୍ୱ ଗ୍ରହଣ କରିବା ପରେ ଅରୁଣ ଷଡ଼ଙ୍ଗୀ କହିଛନ୍ତି ଯେ, ମୋତେ ଏକ ଗୁରୁ ଦାୟିତ୍ୱ ମିଳିଛି। ଗୁରୁ ଦାୟିତ୍ୱକୁ ନିଷ୍ଠା ଓ ସ୍ୱଚ୍ଛତା ସହ ନିର୍ବାହ କରିବି। ପରୀକ୍ଷାରେ ସ୍ୱଚ୍ଛତା ଓ ଚୟନ ପକ୍ରିୟାରେ ସ୍ୱଚ୍ଛତା ଆଣିବା ଆମର ପ୍ରାଥମିକତା ରହିବ। ଠିକ୍ ସମୟରେ ପରୀକ୍ଷା ଉପରେ ଗୁରୁତ୍ୱ ଦିଆଯିବ। ତେବେ ଗତକାଲି ସେ ରାଜ୍ୟ ପୋଲିସ୍ ପ୍ରଶାସନ ଡିଜିପି ଭାବେ ଭିଆରସ ନେଇଥିବା ବେଳେ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ତେବେ ପୂର୍ବରୁ ସେ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ଏବେ ଅରୁଣ ଷଡ଼ଙ୍ଗୀଙ୍କୁ ଓପିଏସସି ଅଧ୍ୟକ୍ଷ ଭାବେ ୬ ବର୍ଷ ପାଇଁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ତେବେ ଏହାକୁ ନେଇ ଅରୁଣ କହିଛନ୍ତି, ପରୀକ୍ଷାରେ ସ୍ବଚ୍ଛତା ଏବଂ ସଠିକ୍ ମୂଲ୍ୟାୟନକୁ ଗୁରୁତ୍ବ ଦିଆଯିବ । ଯେମିତି ଓପିଏସସିକୁ ନେଇ କେହି ପ୍ରଶ୍ନ ଉଠାଇବେ ନାହିଁ ତାହା ଉପରେ ଗୁରୁତ୍ବାରୋପ କରାଯିବ । ତେବେ ୟୁନିଫର୍ମକୁ ସେ ବହୁତ ମନେ ପକାଇବେ ବୋଲି କହିଛନ୍ତି ଅରୁଣ ।

Leave A Reply

Your email address will not be published.