ଶ୍ରୀକ୍ଷେତ୍ର ଜଗିବେ ୭୦ ପ୍ଲାଟୁନ: ଏସପି

0

ଓଡ଼ିଆ ନ୍ୟୁଜ୍: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।ଶ୍ରୀମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତର ଏବଂ ବାହାରେ ସିସିଟିଭି ଲଗାଯାଇ ଲୋକଙ୍କ ଗତିବିଧି ଉପରେ ନଜରରେ ରଖାଯାଇଛି।

ଶ୍ରୀମନ୍ଦିର ଭିତରେ ୧୫୨ଟି ସିସିଟିଭି ଲଗାଯାଇଥିବା ବେଳେ ବାହାରେ ୧୯୨ଟି ସିସିଟିଭି ଲାଗିଥିବା ପୁରୀ ଏସ୍‌ପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସିଂହଦ୍ୱାର ଦେଇ ଭକ୍ତଙ୍କ ପ୍ରବେଶ ରହିଥିବା ବେଳେ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି।ଭକ୍ତିଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକଠାରୁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏପରିକି ସମୁଦ୍ର କୂଳରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।

Leave A Reply

Your email address will not be published.