ସରଣ୍ଡା ଜଙ୍ଗଲରୁ ୭୦୦ କେଜିର ବିସ୍ଫୋରକ ଜବତ

0

ଓଡ଼ିଆ ନ୍ୟୁଜ୍: ସରଣ୍ଡା ଜଙ୍ଗଲରୁ ପୁଣି ମିଳିଲା ବିସ୍ପୋରକ । ସୁନ୍ଦରଗଡ଼ ସରଣ୍ଡା ଜଙ୍ଗଲରୁ ୭୦୦ କେଜିର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା ବାହିନୀ । ସର୍ଚ୍ଚ ଅପରେସନ ବେଳେ ଏହି ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଏବେବି ସୁରକ୍ଷା କର୍ମୀଙ୍କ ପକ୍ଷରୁ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଗତ ମଙ୍ଗଳବାର ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର ତଦନ୍ତ ଭାର ଦେଶର ଶ୍ରେଷ୍ଠ ତଦନ୍ତକାରୀ ସଂସ୍ଥା ଏନଆଇଏ ସମାନ୍ତର ଭାବେ କରୁଛି ।

Leave A Reply

Your email address will not be published.