କେନ୍ଦୁଝର ସଦର ମହକୁମାରେ ୭୫ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କେନ୍ଦୁଝର ସଦର ମହକୁମାରେ ୭୫ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ । କେନ୍ଦୁଝର ଜିଲ୍ଲା ସଦର ମହକୁମା ଠାରେ ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି ।

ଏହି ସମାରୋହରେ ଓଡିଶାର ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ମନ୍ତ୍ରୀ ସାରଦା ପ୍ରସାଦ ନାଏକ କେନ୍ଦୁଝର ଷ୍ଟାଡିୟମ ପଡିଆ ଠାରେ ଜାତୀୟ ପତାକା ଉତୋଳନ କରିବା ସହ ସମ୍ମିଳିତ ଆନୁଷ୍ଠାନିକ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ସମ୍ମିଳିତ ପ୍ୟାରେଡ ରେ ସମୁଦାୟ ୫୦ ଟି ଦଳ ଅଂଶଗ୍ରହଣ କରିବା ସହ ୪ ଟି ପ୍ରଜ୍ଞାପନ ମେଢ ପ୍ରଦର୍ଶିତ ହୋଇଥିଲା ।

ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ପ୍ୟାରେଡରେ କୃତିତ୍ବ ହାସଲ କରିଥିବା ଦଳ ଓ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ନିଜର କର୍ତବ୍ୟନିଷ୍ଟା ରେ ବେସ ସୁନାମ ଅର୍ଜନ କରିଥିବା ବା କୃତୀତ୍ବ ହାସଲ କରିଥିବା ବ୍ୟକ୍ତିତ୍ଵ ମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିବା ସମସ୍ତ ଦଳଙ୍କୁ ମଧ୍ୟ
କପ ଓ ମାନପତ୍ର ଦିଆଯାଇ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.