ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ଓ ରଥଯାତ୍ରା ନୀତି ନିର୍ଘଣ୍ଟ: ଭୋର ୪ଟାରୁ ପହଣ୍ଡି ହେବେ ମହାପ୍ରଭୁ

0

ପୁରୀ(ଓଡ଼ିଆ ନ୍ୟୁଜ୍‌): ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ଓ ରଥଯାତ୍ରା ନୀତି ନିର୍ଘଣ୍ଟ ହୋଇଛି । ଜୁନ୍ ୧୪ରେ ଶ୍ରୀଜିଉମାନେ ମହାସ୍ନାନ କରିବେ । ଶ୍ରୀମନ୍ଦିର ନିତିକାନ୍ତି ମୁତାବକ ମଙ୍ଗଳାର୍ପଣ, ଡୋର ଲାଗି ଓ ପୁଷ୍ପାଞ୍ଜଳି ପରେ ଶ୍ରୀଜିଉଙ୍କ ପହଣ୍ଡି କରାଯିବ । ଭୋର ୪ଟାରୁ ପହଣ୍ଡି ଆରମ୍ଭ ହେବ ଏବଂ ୬ଟାରେ ଶେଷ ହେବ । ସକାଳ ୯ଟା୩୦ରୁ ୧୧ଟା୩୦ ମଧ୍ୟରେ ଜଳ ବିଜେ ଓ ପୂଜା କରାଯିବ । ସେହିପରି ୧୨ଟା ୧୫ରେ ଛେରା ପହଁରା ଏବଂ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ହାତୀ ବେଶ ସରିବ ।


ସ୍ନାନମଣ୍ଡପରେ ୩ ଘଣ୍ଟା ଧରି ମହାପ୍ରଭୁଙ୍କୁ ଦର୍ଶନ ସୁଯୋଗ ମିଳିବ । ଶ୍ରୀଜିଉଙ୍କୁ ସ୍ପର୍ଶ କରିପାରିବେନି ଭକ୍ତ । ସନ୍ଧ୍ୟା ୬ଟାରୁ ରାତି ୯ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ କରିପାରିବେ । ରାତି ୧୦ଟାରେ ବାହୁଡା ପହଣ୍ଡି ଅନୁଷ୍ଠିତ ହେବ ଏବଂ ରାତି ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ଅନୁଷ୍ଠିତ ହେବ ।

Leave A Reply

Your email address will not be published.