ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ ହେଲା ଆୟୋଜିତ,ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କଲେ ଉଦଘାଟନ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ  ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଦ୍ୱାରା ଉଦଘାଟିତ ହୋଇଅଛି I ଏହି କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗଦାନ କରି ଓଡ଼ିଶା ରାଜ୍ୟ ସଂଗ୍ରହାଳୟକୁ କିପରି ଭାବରେ ବିଶ୍ଵାସ୍ତରୀୟ ସଂଗ୍ରହାଳୟରେ ପରିଣତ କରାଯାଇପାରିବ ସେ ସମ୍ବନ୍ଧରେ ଆଲୋକପାତ କରିଥିଲେ I

ସମ୍ମାନିତ ଅତିଥି ଭାବେ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀ ରଞ୍ଜନ କୁମାର ଦାସ ରାଜ୍ୟ ସଂଗ୍ରହାଳୟର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସମ୍ବନ୍ଧରେ ତଥ୍ୟ ପ୍ରଦାନ କରିଥିଲେ I ଏହି କାର୍ଯ୍ୟକ୍ରମରେ ସ୍ମାରକୀ ପ୍ରାଧିକରଣର ଅଧ୍ୟକ୍ଷ( Director, National Monument Mission) ପ୍ରଫେସର କିଶୋର କୁମାର ବାସା ଯୋଗଦାନକରି ଥିଲେ I

Leave A Reply

Your email address will not be published.