ଆନନ୍ଦପୁର (ଓଡ଼ିଆ ନ୍ୟୁଜ୍): ବିଲ ମଝିରୁ ମିଳିଲା ମାଆ ପୁଅଙ୍କ ମୃତଦେହ । ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଜାବିନପୁର ଗାଁରେ ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ମୃତ ମାଆ ପୁଅ ଶାଳଣିଆ ପଞ୍ଚାୟତ ମନୋହରପୁର ଗ୍ରାମର ବୋଲି ଜଣାପଡ଼ିଛି। ପୁଅ ସନ୍ତା ଦାସ ଓ ମା ଜେମା ଦାସ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ବେଳେ ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳରେ ଭିକ ମାଗି ଗୁଜୁରାଣ ମେଣ୍ଟାଉ ଥିଲେ। ହେଲେ ଆଜି ମଧ୍ୟାହ୍ନରେ ଉଭୟଙ୍କ ମୃତଦେହ ବିଲ ମଝିରେ ପଡ଼ିଥିବା ଗାଁ ଲୋକେ ଦେଖିବାକୁ ପାଇ ଥିଲେ । ଏହାପରେ ସଙ୍ଗେସଙ୍ଗେ ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଂଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରିରଖିଛିି ।
ତେବେ ମୃତ୍ୟୁର କାରଣ ଏଯାଏଁ ଅସ୍ପଷ୍ଟ ରହିଛି। ପ୍ରଚଣ୍ଡ ଖରା ହେତୁ ଅଂଶୁଘାତରେ ମୃତ୍ୟୁ ଘଟିଥିବା ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି।