ଭୁବନେଶ୍ଵର(ଓଡ଼ିଆ ନ୍ୟୁଜ୍):ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଇଟାଲିରେ ପହଞ୍ଚିଛନ୍ତି । ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନାନୀ ମୋଲହୋତ୍ରା ନବୀନଙ୍କୁ ସ୍ୱାଗତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ୧୦ ଦିନିଆ ବିଦେଶ ଗସ୍ତରେ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପୋପ ଫ୍ରାନ୍ସିସଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।
ରୋମରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ପାଛୋଟି ନେଇଛନ୍ତି । ୟୁରୋପରେ ୫ ଦିନିଆ ରହଣୀ କାଳରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ହାସଲ କରିଥିବା ସଫଳତା ବାବଦରେ ମୁଖ୍ୟମନ୍ତ୍ରୀ ଜାତିସଂଘର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।