ଦେଶରେ ଉପରମୁହାଁ କରୋନା ଗ୍ରାଫ୍: ପୁଣି ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦ ହଜାରରୁ ଅଧିକ ଆକ୍ରାନ୍ତ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସାରା ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି କରୋନା ସଂକ୍ରମଣ। ଏପରିକି କରୋନା ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ଏବେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୦୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୯ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୯,୦୭୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୦ ଲକ୍ଷ ୪୫ ହଜାର ୩୫୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ଜଣ ପ୍ରାଣ ହରାଇଛି । ଏବେ ସୁଦ୍ଧା ୫୨,୫୬୦୪ଜଣ କରୋନାରେ ଆଖି ବୁଜିଲେଣି । ସେପଟେ ସାରା ଦେଶରେ ଟୀକାକରଣକୁ ଜୋରଦାର କରାଯାଇଛି । ସମସ୍ତେ କିପରି ବୁଷ୍ଟର ଡୋଜ୍ ନେଇପାରିବେ ସେ ନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି । ଏବଂ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

 

Leave A Reply

Your email address will not be published.