ଓଡିଆ ନ୍ୟୁଜ୍(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଗତକାଲିର ଲଘୁଚାପ ଆଜି ଉପକୂଳ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏ ବ୍ୟାପିଛି । ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଜାରି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେହିପରି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ରାଜ୍ୟରେ ଜୁନ ୧ରୁ ଏଯାଏ ୩୬୦.୬ ମିମି ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ୩୫୭.୪ ମିମି । ନିଅଣ୍ଟିଆ ବର୍ଷା ୧ ପ୍ରତିଶତ ରହିଛି । ଆଜି ସୁଦ୍ଧା ୬ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଛି । ସେହିପରି ଅନ୍ୟ ୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଓ ୧୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।.