ILS ନିର୍ଦ୍ଦେଶକ ଅଜୟ ପରିଡ଼ାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଜୀବ ବିଜ୍ଞାନ ପ୍ରତିଷ୍ଠାନ (Institute of Life Science) ର ନିର୍ଦ୍ଦେଶକ ପଦ୍ମଶ୍ରୀ ଡଃ ଅଜୟ ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ । ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ବୀକୃତି ମିଳିବା କ୍ଷେତ୍ରରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । କରୋନା ସମୟରେ ଡଃ ପରିଡା ଓ ଜୀବ ବିଜ୍ଞାନ ପ୍ରତିଷ୍ଠାନ ଗୁରୁତ୍ବପୂର୍ଣ୍ଣ ବୈଜ୍ଞାନିକ ସହାୟତା ଯୋଗାଇ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତାଙ୍କ ବିୟୋଗରେ ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା ବୋଲି ପ୍ରକାଶ କରିବା ସହିତ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପାଦନ କରାଯିବ ବୋଲି ଘୋଷଣା କରିଛନ୍ତି ।

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.