ରେଳ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଗତି ଶକ୍ତି ସହିତ ନିବନ୍ଧନ ହେବ ଆଇଆଇଟି ଭୁବନେଶ୍ୱର: ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):   ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଆଇଆଇଟି ଭୁବନେଶ୍ୱର ଗସ୍ତରେ ଆସି ଛାତ୍ରଛାତ୍ରୀମାନଙ୍କୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ ଉତ୍ସାହିତ କରିଛନ୍ତି |

ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରି ଶ୍ରୀ ବୈଷ୍ଣବ ସୂଚନା ଦେଇଛନ୍ତି ଯେ ବର୍ତ୍ତମାନ ଭାରତରେ 74 ହଜାର ଷ୍ଟାର୍ଟଅପ୍ ଅଛି ଯାହା 2014-15 ରେ ମାତ୍ର 4 ଶହ ଥିଲା | ଏହାପୂର୍ବରୁ ଶ୍ରୀ ବୈଷ୍ଣବ ଆଇଆଇଟି / ଭୁବନେଶ୍ୱର ଲାବୋରେଟୋରୀ ପରିଦର୍ଶନ କରି ଖୁସିବ୍ୟକ୍ତ କରିବା ସହିତ ଆଜାଦୀର ଅମୃତ ମହୋତ୍ସବ କାଳରେ ନୂତନ ଚିନ୍ତାଧାରା ଏବଂ ନୂତନତ୍ୱ ଆଣିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ |

ଇଲେକ୍ଟ୍ରୋନିକ୍ସ ଚିପ୍ସକୁ ଷ୍ଟାର୍ଟଅପ୍ ପ୍ରୋଗ୍ରାମ୍ ଅନ୍ତର୍ଭୁକ୍ତ କରିବା ପାଇଁ ଶ୍ରୀ ବୈଷ୍ଣବ ଆଇଆଇଟି ଭୁବନେଶ୍ୱରକୁ ଭାରତ ସରକାରଙ୍କ ଅନୁମୋଦନ ପତ୍ର ମଧ୍ୟ ପ୍ରଦାନ କରିଛନ୍ତି ଯାହା ସେମିକଣ୍ଡକ୍ଟର ପ୍ରସ୍ତୁତି ପାଇଁ ଦେଶର 31 ତମ ଅନୁଷ୍ଠାନ ହେବ |

ଆଇଆଇଟି ଭୁବନେଶ୍ୱରରେ ଛାତ୍ରଛାତ୍ରୀମାନଙ୍କୁ ଚ୍ୟାଲେଞ୍ଜ କରି ଶ୍ରୀ ବୈଷ୍ଣବ କହିଛନ୍ତି ଯେ ଯଦି ଛାତ୍ରଛାତ୍ରୀମାନେ 5G ପାଇଁ ଅତି କମରେ 10 ଟି କୌଶଳର ପରିକଳ୍ପନା ଯୋଗାଇ ଦେବେ, ତେବେ ଆଇଆଇଟି ଭୁବନେଶ୍ୱର 5G ବ୍ୟବହାରର ପ୍ରସ୍ତୁତି ପାଇଁ ସେଣ୍ଟର ଅଫ୍ ଏକ୍ସଲେନ୍ସ ମାନ୍ୟତା ଦିଆଯିବ |

ଭୁବନେଶ୍ୱରରେ ଆଇଆଇଟିଆନଙ୍କ ସହ ଜ୍ଞାନକୌଶଳ ବିନିମୟ କରି ଶ୍ରୀ ବୈଷ୍ଣବ ଏହା ମଧ୍ୟ କହିଛନ୍ତି ଯେ ଯଦି ପ୍ରସ୍ତାବ ଦିଆଯିବ ତେବେ ଆଇଆଇଟି ଭୁବନେଶ୍ୱରକୁ ରେଳ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଗତି ଶକ୍ତି ସହିତ ନିବନ୍ଧନ କରାଯିବ |

Leave A Reply

Your email address will not be published.