ଥମୁନି ସଂକ୍ରମଣ: ୨୪ ଘଣ୍ଟାରେ ୧୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସାରା ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ସଂକ୍ରମଣ ବଢୁଥିବା ବେଳେ ଥମିବାର ନାଁ ନେଉନାହିଁ । ପୁଣି ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ଅତିକ୍ରମ କଲା ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୮୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୪୭୫୧୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୨ ଲକ୍ଷ ୪୬ ହଜାର ୮୨୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୧୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହାସହ ସମସ୍ତେ କରୋନା କଟକଣାକୁ କଡାକଡି ଭାବେ ପାଳନ କରିବାକୁ କୁହାଯାଇଛି ।

Leave A Reply

Your email address will not be published.