ମୁଖ୍ୟ ଶାସନ ସଚିବଙ୍କ ଡାଇରିଆ ସ୍ଥିତିର ସମୀକ୍ଷା ,୬ ଜିଲ୍ଲାରେ ୦ ସଂକ୍ରମଣ

0

ଓଡିଆ ନ୍ୟୁଜ(ବ୍ୟୁରୋ): ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା କେତେକ ସ୍ଥାନରେ ଦେଖାଦେଇଥିବା ଡାଇରିଆ ସ୍ଥିତିର ସମୀକ୍ଷା କରିଛନ୍ତି। ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧିନ ରହିଛି ଓ  ଗତ ଦୁଇ ଦିନ ମଧ୍ୟରେ ୬ ଜିଲ୍ଲାରେ ୦ ସଂକ୍ରମଣ ହୋଇଛି।

  • ଗ୍ରାମ ଓ ୱାର୍ଡ ରୁ କମ୍ୟୁନିଟି ହେଲ୍ଥ୍ ସେଣ୍ଟର, ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ତ୍ୱରିତ ଡାଇରିଆ ସୂଚନା ପ୍ରସାରଣ ବ୍ୟବସ୍ଥା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ ।
  • ରୋଗୀମାନଙ୍କୁ ତୁରନ୍ତ ହସ୍ପିଟାଲ୍ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ।
  • ସୂଚନା ପ୍ରସାରଣ ଓ ହସ୍ପିଟାଲ ସ୍ଥାନାନ୍ତର ବ୍ୟବସ୍ଥାରେ ଆଶାକର୍ମୀ/ଅଙ୍ଗନାବାଡ଼ି କର୍ମୀ/ଓ୍ୱାର୍ଡ଼- ମେମ୍ବର/ସରପଂଚ/ସ୍ଥାନୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ବିଦ୍ୟାଳୟମାନଙ୍କୁ ସାମିଲ କରିବା ନିମନ୍ତେ ମଧ୍ୟ ଶ୍ରୀ ମହାପାତ୍ର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
  •  ସମସ୍ତ ପାନୀୟଜଳ ସ୍ତ୍ରୋତକୁ ନିୟମିତ ବ୍ୟବଧାନରେ ବିଶୋଧନ ପାଇଁ ନିର୍ଦ୍ଦେଶ ।
  •  ଲୋକମାନେ ଯେପରି ଝରଣାପାଣି ନପିଅନ୍ତି ତାଉପରେ ସତର୍କ ଦୃଷ୍ଟି ରଖିବାକୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ । ସଚେତନତା କାର୍ଯ୍ୟକ୍ରମକୁ ଅଧିକ ସଘନ କରିବାକୁ ନିର୍ଦ୍ଦେଶ ।
  •  ସଂକ୍ରମିତ ଅଂଚଳରେ ଜଳ ବିଶୋଧନ ପାଇଁ ‘ରିଭର୍ସ ଅସମୋସିସ୍ ଯନ୍ତ୍ର’ ଲାଗିଥିବା ଗାଡ଼ି ମୁତୟନ କରିବାକୁ ଶ୍ରୀ ମହାପାତ୍ରଙ୍କ ନିର୍ଦ୍ଦେଶ ।
  • ରୋଗ ନିରୀକ୍ଷଣ ଓ ଅନୁଧ୍ୟାନ ବ୍ୟବସ୍ଥାକୁ ଅଧିକ ବ୍ୟାପକ କରାଯିବ ।
  •  ବର୍ଷାଋତୁ ଶେଷ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ବ୍ୟବସ୍ଥାକୁ ପୂର୍ଣ୍ଣ ସକ୍ରିୟ ରଖିବା ସହ ସଂପୂର୍ଣ୍ଣ ସଜାଗ ଓ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ଏବଂ କ୍ଷେତ୍ରସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ।
  • ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ବର୍ତ୍ତମାନ ସୁଦ୍ଧା ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର, ନୂଆପଡ଼ା, ଗଜପତି, ଝାରସୁଗୁଡ଼ା ଆଦି ୭ ଟି ଜିଲ୍ଲାରେ ସମୁଦାୟ ୬୮୦ ଲୋକ ସଂକ୍ରମିତ ହୋଇଥିବା ବେଳେ ୬୧୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ୫୩ ଜଣ ହସ୍ପିଟାଲ୍ରେ ଚିକିତ୍ସାଧିନ ଅଛନ୍ତି ଏବଂ ୧୭ ଜଣ ହସ୍ପିଟାଲ୍ ଆସିବାରେ ବହୁ ବିଳମ୍ବ କରି ମୃତ୍ୟୁ ବରଣ କରିଛନ୍ତି ।  

ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ଶ୍ୟୀ ନିକୁଞ୍ଜବିହାରୀ ଧଳ, ମିଶନ ନିର୍ଦ୍ଦେଶକ ଶ୍ରୀମତୀ ଶାଳିନୀ ପଣ୍ଡିତ୍, ଆର୍. ଏମ୍. ଆର.ସି ଡାଇରେକ୍ଟର ଶ୍ରୀମତୀ ସଂଘମିତ୍ରା ପତି, ପବ୍ଲିକ୍ ହେଲ୍ଥ୍ ଡାଇରେକ୍ଟର ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସଂପୃକ୍ତ ଜିଲ୍ଲାପାଳମାନେ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ କ୍ଷେତ୍ରସ୍ତରୀୟ ସ୍ଥିତି ଓ ଡାଇରିଆ ନିରାକରଣ ନିମନ୍ତେ ନିଆଯାଇଥିବା ପଦକ୍ଷେପ ବିଷୟରେ ଜଣାଇଥିଲେ ।

Leave A Reply

Your email address will not be published.