ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):ଚଳିତ ଧାମନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ୩୦ ଜଣିଆ ତାରକା ପ୍ରଚାରକଙ୍କ ନାମ ତାଲିକା ଅଖିଳ ଭାରତ କଂଗ୍ରେସ କମିଟିଙ୍କ ଅନୁମୋଦନ କ୍ରମେ ଘୋଷଣା କରାଯାଇଛି ବୋଲି ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।
ଏହି ତାଲିକାରେ ଓଡ଼ିଶା ପ୍ରଭାରୀ ସାଂସଦ ଡ. ଏ ଚେଲ୍ଲା କୁମାର, ଏଆଇସିସି ସଂପାଦକ ଜି ରୁଦ୍ର ରାଜୁ, ପିିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଚିରଞ୍ଜିବ ବିଶ୍ୱାଳ, ଭକ୍ତଚରଣ ଦାସ, ଶରତ ରାଉତ, ସପ୍ତଗିରି ଉଲ୍ଲାକା, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ତାରା ପ୍ରସାଦ ବାହିନୀପତି, ରମେଶ ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ଦାଶରଥି ଗମାଙ୍ଗୋ, ସିଏସ ରାଜନ ଏକ୍କା, ପଂଚାନନ କାନୁନଗୋ, ଜଗନ୍ନାଥ ପଟ୍ଟନାୟକ, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ରାମଚନ୍ଦ୍ର ଖୁଂଟିଆ, ସୁଶିଳା ତିରିଆ, ଅନନ୍ତ ପ୍ରସାଦ ସେଠୀ, ସସ୍ମିତା ବେହେରା, ବନ୍ଦିତା ପରିଡ଼ା, ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର, ସ୍ମୃତି ରଞ୍ଜନ ଲେଙ୍କା ଓ ୟାସିର ନୱାଜ ପ୍ରମୁଖ ରହିଛନ୍ତି ବୋଲି ଗଣେଶ୍ୱର ବେହେରା ଜଣାଇଛନ୍ତି ।