ନବମ ଓ ଦଶମ ଶ୍ରେଣୀ ପିଲା ପଢିବେ ନୂଆ ଏକ ପାଠ୍ୟକ୍ରମ, ବୋର୍ଡ ତରଫରୁ ସୂଚନା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ନବମ ଓ ଦଶମ ଶ୍ରେଣୀ ପିଲା ପଢିବେ ନୂଆ ପାଠ୍ୟକ୍ରମ। ନୂଆ ଏକ ବିଷୟ ଯୋଡ଼ା ଯାଇଛି । ନୂଆ ବିଷୟଟି ହେଲା ‘ଆସପିରେସନାଲ କମ୍ପୋନେଣ୍ଟ ।’ ଏଥିରେ ୪ଟି ବିଭାଗ ବୁକ୍ ରିଭ୍ୟୁ, ପ୍ରୋଜେକ୍ଟ ୱାର୍କ, କୋ-କରିକୁଲମ ଆକ୍ଟିଭିଟି ଓ ବେସିକ ଆଇଟି ସ୍କିଲ ରହିବ । ପ୍ରତ୍ୟେକ ବିଭାଗରେ ୨୫ ଲେଖାଏଁ ମୋଟ ୧୦୦ ମାର୍କ ରହିବ । ଏଥିସହିତ ଚଳିତ ବର୍ଷ ନବମ ଏବଂ ଆଗାମୀ ବର୍ଷ ଉଭୟ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଏହି ବିଷୟ ଲାଗୁ ହେବ । ଏନେଇ ବୋର୍ଡ କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରିଛନ୍ତି ।

ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଏହାକୁ ଲାଗୁ କରାଯାଇଛି। ପ୍ରଥମ କରି ଏହା ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହେବ। ପରବର୍ତ୍ତୀ ଶିକ୍ଷାବର୍ଷରେ ଏହା ଉଭୟ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଲାଗୁ ହେବ। ପ୍ରତିଟି ବିଷୟ ପାଇଁ ୨୫ ମାର୍କ ରହିଛି। ଚାରୋଟି ପର୍ଯ୍ୟାୟରେ ଏହି ପରୀକ୍ଷା କରାଯିବ। ପ୍ରଥମ ତିନୋଟି ପର୍ଯ୍ୟାୟରେ ୫ ମାର୍କ ଲେଖାଁଏ ପରୀକ୍ଷା କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବାବେଳେ ଶେଷ ପର୍ଯ୍ୟାୟରେ ୧୦ ମାର୍କ ପାଇଁ ପରୀକ୍ଷା କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ତେବେ ଏହି ବିଷୟଗୁଡ଼ିକରେ ଛାତ୍ରଛାତ୍ରୀ ରଖିଥିବା ମାର୍କ ପ୍ରତିଶତ ଆଧାରରେ ଗ୍ରେଡ ପ୍ରଦାନ କରାଯିବ। ଏହି ଗ୍ରେଡ ହାଇସ୍କୁଲ ସାର୍ଟିଫିକେଟରେ ପ୍ରତିଫଳିତ ହେବ। ତେବେ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବାଧ୍ୟତାମୂଳକ ବୋଲି ବୋର୍ଡ କହିଛି ।

Leave A Reply

Your email address will not be published.