ପୁଣି ୪ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ, ୧୪ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଉ ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନ୍ୟ ଜଣଙ୍କ ପେନସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି, ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ।

ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୫-ଟି ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା ଫିଡବ୍ୟାକ୍ ଭିତ୍ତି ରେ ଏହି କଠୋର ପଦକ୍ଷେପ ନିଆଯାଇଥିବା କୁହାଯାଇଛି ।

Leave A Reply

Your email address will not be published.