ଏହି ୧୦ଜିଲ୍ଲାରେ କାଚିବ ବର୍ଷା, ସତର୍କ ରୁହନ୍ତୁ

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ ) : ରାଜ୍ୟରେ କାଚିବ ବର୍ଷା। ଏ ନେଇ ଅଞ୍ଚକିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ପଶ୍ଚିମା ଝଡ ପରେ ବଢ଼ିଲା ତାପମାତ୍ରା । ଆସନ୍ତା ଦୁଇ ଦିନରେ ୨ରୁ ୪ ଡିଗ୍ରୀ ବଢ଼ିଯିବ ପାରଦ । ତେବେ ୮ ତାରିଖରୁ ପୁଣି ବର୍ଷା ବଢିବ ବୋଲି ଅନୁମାନ କରାଯାଉଛି ।ତେବେ ଆଜି ୧୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କନ୍ଧମାଳ, ରାୟଗଡ଼ା, କୋରାପୁଟ, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ ଓ ଗଞ୍ଜାମକୁ ସତର୍କ ସୂଚନା ଦିଆଯାଇଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୮ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବ । ଅପରାହ୍ନ ବେଳକୁ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ପାଗ ସମ୍ପୂର୍ଣ୍ଣ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟର ତାପମାତ୍ରା ଏହି ସମୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.