ରାଜ୍ୟ ସରକାରଙ୍କୁ ବିଜୟ ପଟ୍ଟନାୟକଙ୍କ ପ୍ରଶ୍ନବାଣ, କହିଲେ କହିଁକି ଓଡ଼ିଆ ଉଦ୍ୟୋଗିମାନଙ୍କୁ ପ୍ରୋତ୍ସାହନ ମିଳୁନାହିଁ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଜି ପ୍ରଦେଶ କଂଗ୍ରେସ ତରଫରୁ ଭୁବନେଶ୍ୱର କଂଗ୍ରେସ ଭବନଠାରେ ଓଡ଼ିଶାରେ ଶିଳ୍ପ ସ୍ଥିତି ଓ ପ୍ରଗତି ଶୀର୍ଷକରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଦେଶ କଂଗ୍ରେସ ସଭାପତି  ଶରତ ପଟ୍ଟନାୟକ ଏହି ସମ୍ମିଳନୀରେ ଉଦ୍‌ବୋଧନ ଦେଇ କହିଥିଲେ ଯେ, ରାଜ୍ୟ ସରକାର “ନାମ ବଡ଼଼ା-ଦର୍ଶନ ଥୋଡା” ଧାରାରେ ଚାଲିଛନ୍ତି । ପୁଞ୍ଜି ନିବେଶ ପାଇଁ ସରକାର ଯାହା ବିନିଯୋଗ କରିଛନ୍ତି ତାର ଆନୁପାତିକ ଫଳ ପାଉନାହାନ୍ତି । ଓଡ଼ିଶାରେ ଓଡ଼ିଆ ଉଦ୍ଦ୍ୟୋଗିମାନଙ୍କୁ ପ୍ରୋତ୍ସାହନ ମିଳୁନାହିଁ ବୋଲି ଶ୍ରୀ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିବା ସହ ଓଡ଼ିଶାରୁ କେତେ ଓଡ଼ିଆଙ୍କୁ ଚାକିରି ମିଳିଛି ବୋଲି ଶ୍ରୀ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି ।

Leave A Reply

Your email address will not be published.